ଆଜି ଚିହ୍ନଟ ହୋଇଥିବା ୧୩୦ ଜଣଙ୍କ ମଧ୍ୟରୁ ୭୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ପୁରୀ ଜିଲ୍ଲାରେ ସବୁଠାରୁ ଅଧିକ ୧୫ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୧୨ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୦ ଜଣ, ବରଗଡ଼ରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକରୁ ୧ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ସେହିପରି କଟକରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡରୁ ୪, ଢେଙ୍କାନାଳରୁ ୧ ଜଣ ସଂକ୍ରମିତ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ ଜଗତସିଂହପୁରରୁ ୫, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳରୁ କେହି ସଂକ୍ରମିତ ଚିହ୍ନଟ ନାହାନ୍ତି । କେନ୍ଦ୍ରାପଡାରୁ ୧ ତଥା କେନ୍ଦୁଝର ଜିଲ୍ଲାରୁ ୧ ତଥା ଖୋର୍ଦ୍ଧାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୟାଗଡ ଜିଲ୍ଲାରୁ ୧, ନୂଆପଡ଼ାରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୫ ଜଣ ଓ ରାୟଗଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସମ୍ବଲପୁରରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ୍ପୁଲ୍ରୁ ୨ ଜଣ ଚିହ୍ନଟ ହୋଇଛନ୍ତି ।