

ଆଜି ଚିହ୍ନଟ ହୋଇଥିବା ୧୫୦ ଜଣଙ୍କ ମଧ୍ୟରୁ ୮୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୨୨ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୪ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୭ ଜଣ, ବରଗଡ଼ରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୫. କଟକରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡରୁ ୧, ଢେଙ୍କାନାଳରୁ ଓ ଗଜପତି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୩ ହୋଇ ଥିବା ବେଳେ ଜଗତସିଂହପୁରରୁ ୬, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡାରୁ ୧ ତଥା କେନ୍ଦୁଝର ଜିଲ୍ଲାରୁ ୪ ତଥା ଖୋର୍ଦ୍ଧାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଓ ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୧ ଜଣ, ନବରଙ୍ଗପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୟାଗଡ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡ଼ାରୁ ୩ ଜଣ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୦ ଜଣ ଓ ରାୟଗଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସମ୍ବଲପୁରରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।