
ଭୁବନେଶ୍ୱର– ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୂ ଘଟିଛି । ଏହା ସହ ରାଜ୍ୟରେ ମୋଟ ମୃତ୍ୟୁବରଣ କରିଥିବା କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୯୦୫ ହୋଇଛି । ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଆଜି ମୃତ୍ୟୁବରଣ କରିଥିବା ବ୍ୟକ୍ତି ଜଣଙ୍କ ସୁନ୍ଦରଗଡ ଜିଲ୍ଲାର ।