ମଣିପୁରରେ ଗତ ୨୪ ଘଂଟାରେ କରୋନାର ୧୬ ନୂଆ ମାମଲା
ଇମ୍ଫାଲ , ମଣିପୁରରେ ଗତ ୨୪ ଘଂଟାରେ ୧୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୮,୯୮୬ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୩୬୯ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୭୫୨ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୭୫୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୧୨,୨୬୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୦,୭୮୫ ଜଣ ମୃତ୍ୟୁବରଣ କରିଛନ୍ତି ।