ଝାରଖଣ୍ଡରେ କରୋନାର ୫୪ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୫୪ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୬,୪୦୨ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧,୦୬୩ ଜଣଙ୍କର ମୃତ୍ୟୁ ଘଟିଛି ।