
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟାହ୍ନ 12 ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର(ପିଏମଆରବିପି) ବିଜେତାଙ୍କ ସହ ମତ ବିନିମୟ କରିବେ । ଏହି ଅବସରରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।
ନବସୃଜନ, ଶିକ୍ଷା, କ୍ରୀଡା, କଳା ଓ ସଂସ୍କୃତି, ସାମାଜିକ ସେବା ଏବଂ ସାହସିକତା କ୍ଷେତ୍ରରେ ଅସାଧାରଣ ଦକ୍ଷତା ଓ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପିଲାମାନଙ୍କୁ ଭାରତ ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ଯୋଜନା ଅଧୀନରେ ବାଲ ଶକ୍ତି ପୁରସ୍କାର ପ୍ରଦାନ କରାଯାଉଛି । ଚଳିତ ବର୍ଷ, ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର – 2021 ପାଇଁ ବାଲ ଶକ୍ତି ପୁରସ୍କାରର ବିଭିନ୍ନ ବର୍ଗ ଲାଗି ଦେଶର 32 ଜଣ ଆବେଦନକାରୀଙ୍କୁ ଚୟନ କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO