

କର୍ଣାଟକରେ ଗତ ୨୪ ଘଂଟାରେ ୩୭୫ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୭୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୩୬,୪୨୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୨୦୦ ଜଣଙ୍କର ମୃତ୍ୟୁ ଘଟିଛି ।