ଆଜି ଚିହ୍ନଟ ହୋଇଥିବା ୯୯ ଜଣଙ୍କ ମଧ୍ୟରୁ ୫୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ 1୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୨୦ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୬ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୭ ଜଣ, ବରଗଡ଼ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀରରୁ ୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା । ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୧, ଜଗତସିଂହପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡାରୁ ତଥା କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୟାଗଡ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡ଼ାରୁ ୮ ଜଣ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୪ ଜଣ ଓ ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁରରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ୍ପୁଲ୍ରୁ ୩ ଜଣ ଚିହ୍ନଟ ହୋଇଛନ୍ତି ।