

ଆଜି ଚିହ୍ନଟ ହୋଇଥିବା ୧୩୮ ଜଣଙ୍କ ମଧ୍ୟରୁ ୮୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରେ ସବୁଠାରୁ ଅଧିକ ୨୬ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା । ଗଜପତି ଜିଲ୍ଲାରୁ ୨, ଗଂଜାମ ଜିଲ୍ଲାରୁ ୩, ଜଗତସିଂହପୁରରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳରୁ ଓ କେନ୍ଦ୍ରାପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦୁଝର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧାରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରିରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ଓ ନୟାଗଡରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ନୂଆପଡ଼ାରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୯ ଜଣ ଓ ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁରରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ୍ପୁଲ୍ରୁ ୨ ଜଣ ଚିହ୍ନଟ ହୋଇଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୪ ଗିରଫ, ୬୩୪ ବାହନ ଜବତ
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୪ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୬୩୪ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୨,୪୮,୯୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।