

Related Stories
June 7, 2025
ମାଲକାନଗିରି, କାଲିମେଳା ତହିସଲର କିରାଣୀ ଶଶି ଶେଖର ସେଠୀ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ଭିଡିଓ ଏବେ ଭାଇରାଲ ହେବାକୁ ଲାଗିଛି। ଭିଡିଓରେ ବରିଷ୍ଠ କିରାଣୀ ଜଣେ ବ୍ୟକ୍ତିଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଇ ପୁଣି ବାକି ଟଙ୍କା ତୁରନ୍ତ ଦେବାକୁ ଅନୁରୋଧ କରୁଥିବା ଦେଖିବାକୁ ମିଳିଛି। ୬ ଜଣଙ୍କ ପଟ୍ଟାକୁ ସରକାରୀ ୱେବସାଇଟ୍ରେ ଅପଲୋଡ କରିବା ପାଇଁ କୁଆଡେ କିରାଣୀ ଶ୍ରୀ ସେଠୀ ଭେଜେଙ୍ଗଵାଡା ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ଦେଢ ଲକ୍ଷ ଟଙ୍କା ମାଗିଥିଲେ !ଅଫିସରେ କୌଣସି ଏକ ଜିନିଷ କିଣାଯିବ କହି ମୁଖ୍ୟ କିରାଣୀ ଶ୍ରୀ ସେଠୀ ସେହି ବ୍ୟକ୍ତିଙ୍କ ଠାରୁ ଟଙ୍କା ନେଉଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଅନ୍ଧାରରେ କିରାଣୀ କଳା ଟଙ୍କା ନେଉଥିବା ଦେଖିବାକୁ ମିଳିଛି। ବ୍ୟକ୍ତି ଜଣକ କିରାଣୀଙ୍କୁ ତିନୋଟି କିସ୍ତିରେ ଦେଢ ଲକ୍ଷ ଟଙ୍କା ଦେବାକୁ ପ୍ରତିଶ୍ରୁତି ଦେଉଥିବା ବେଳେ କିରାଣୀ କିନ୍ତୁ ତୁରନ୍ତ ଏହି ଟଙ୍କା ପ୍ରଦାନ କରିବାକୁ କହୁଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ଏହି ଭିଡିଓର ତଦନ୍ତ କରାଯାଇ ଟଙ୍କା ନେଉଥିବା କିରାଣୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହୋଇଛି।