
ମାଲକାନଗିରି, କାଲିମେଳା ତହିସଲର କିରାଣୀ ଶଶି ଶେଖର ସେଠୀ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ଭିଡିଓ ଏବେ ଭାଇରାଲ ହେବାକୁ ଲାଗିଛି। ଭିଡିଓରେ ବରିଷ୍ଠ କିରାଣୀ ଜଣେ ବ୍ୟକ୍ତିଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଇ ପୁଣି ବାକି ଟଙ୍କା ତୁରନ୍ତ ଦେବାକୁ ଅନୁରୋଧ କରୁଥିବା ଦେଖିବାକୁ ମିଳିଛି। ୬ ଜଣଙ୍କ ପଟ୍ଟାକୁ ସରକାରୀ ୱେବସାଇଟ୍ରେ ଅପଲୋଡ କରିବା ପାଇଁ କୁଆଡେ କିରାଣୀ ଶ୍ରୀ ସେଠୀ ଭେଜେଙ୍ଗଵାଡା ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ଦେଢ ଲକ୍ଷ ଟଙ୍କା ମାଗିଥିଲେ !ଅଫିସରେ କୌଣସି ଏକ ଜିନିଷ କିଣାଯିବ କହି ମୁଖ୍ୟ କିରାଣୀ ଶ୍ରୀ ସେଠୀ ସେହି ବ୍ୟକ୍ତିଙ୍କ ଠାରୁ ଟଙ୍କା ନେଉଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଅନ୍ଧାରରେ କିରାଣୀ କଳା ଟଙ୍କା ନେଉଥିବା ଦେଖିବାକୁ ମିଳିଛି। ବ୍ୟକ୍ତି ଜଣକ କିରାଣୀଙ୍କୁ ତିନୋଟି କିସ୍ତିରେ ଦେଢ ଲକ୍ଷ ଟଙ୍କା ଦେବାକୁ ପ୍ରତିଶ୍ରୁତି ଦେଉଥିବା ବେଳେ କିରାଣୀ କିନ୍ତୁ ତୁରନ୍ତ ଏହି ଟଙ୍କା ପ୍ରଦାନ କରିବାକୁ କହୁଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ଏହି ଭିଡିଓର ତଦନ୍ତ କରାଯାଇ ଟଙ୍କା ନେଉଥିବା କିରାଣୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହୋଇଛି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO