ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୪୦୫ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୪୦୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୩,୮୧୧ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୦,୮୬୨ ଜଣ ମୃତ୍ୟୁବରଣ କରିଛନ୍ତି ।