
ଭୁବନେଶ୍ୱର : ପ୍ରାୟ ୨ ବର୍ଷ ପରେ ଆଜି ଓଡ଼ିଶା ଫେରିବେ ଜଗା-କାଳିଆ। ଅପରାହ୍ନରେ ସେମାନେ କଟକରେ ପହଞ୍ଚିବା ପରେ ଏକ ସ୍ୱତନ୍ତ୍ର ଆମ୍ବୁଲାନ୍ସରେ ଉଭୟଙ୍କୁ ଏସ୍ସିବିକୁ ନିଆଯିବ।
ଏସ୍ସିବିରେ ଜଗା,କାଳିଆଙ୍କ ପାଇଁ ଆଇସିୟୁ ସୁବିଧା ଥିବା ଦୁଇ ଶଯ୍ୟା ବିଶିଷ୍ଟ କୋଠରୀର ବ୍ୟବସ୍ଥା ହୋଇଛି। ଚିକିତ୍ସା ପାଇଁ ୧୬ ଜଣିଆ ଟିମ୍ ଗଠନ କରାଯାଇଛି। ଆବଶ୍ୟକ ହେଲେ ଅଧିକ ଡାକ୍ତରଙ୍କୁ ଟିମ୍ରେ ସାମିଲ କରାଯିବ ବୋଲି ମେଡିକାଲ୍ ଅଧିକ୍ଷକ କହିଛନ୍ତି।