ଆଜି ଚିହ୍ନଟ ହୋଇଥିବା ୭୦ ଜଣଙ୍କ ମଧ୍ୟରୁ ୪୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୯ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୪ ଜଣ, ବରଗଡ଼ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା କଟକରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା । ଗଜପତି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା । ଗଂଜାମ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା କେନ୍ଦ୍ରାପଡାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । କେନ୍ଦୁଝର ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ଖୋର୍ଦ୍ଧାରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୧, ମାଲକାନଗିରିରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୩ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଓ ନୟାଗଡରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡ଼ାରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୮ ଜଣ ଓ ରାୟଗଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ୍ପୁଲ୍ରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୮ ଗିରଫ, ୯୨୨ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୪ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୯୨୨ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୨,୨୬,୨୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
ମାସ୍କ ନ ପିନ୍ଧିବା ଓ ଅନ୍ୟ ମାମଲାରେ ଯାଜପୁରରେ ଗତ ୨୪ ଘଂଟାରେ ୧୩୮୦୦୦ ଟଙ୍କା ଜୋରିମାନା ଆଦାୟ
ଭୁବନେଶ୍ୱର,ଯାଜପୁର ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା, ସାମାଜିକ ଦୂରତ୍ୱ ନିୟମକୁ ନ ମାନିବା, ବାହାରେ ଛେପ ପକାଇବା ଓ ମୋଟର ଯାନ ଆଇନ ଭାଙ୍ଗିବା ଅଭିଯୋଗରେ ୧୩୮୦୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ବେଳେ ୦୯ ଜଣଙ୍କର ଡ୍ରାଇଭିଂଗ ଲାଇସେନ୍ସକୁ ନିଲମ୍ବିତ କରା ଯାଇଛି । ଯାଜପୁର ଏସପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।