ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୭୭୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୩,୧୪୭ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୧,୦୦୦ ଜଣ ମୃତ୍ୟୁବରଣ କରିଛନ୍ତି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୪୯ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୪୯ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୦୬ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୪,୭୭୩ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୦,୮୪୧ ଜଣଙ୍କର ମୃତ୍ୟୁ ଘଟିଛିା