
ଶ୍ରୀନଗର,ଜମ୍ମୁ କଶ୍ମୀରର ପୁଲୱାମାରେ ସୁରକ୍ଷା ବାହିନୀର ଯବାନ ଓ ଜମ୍ମୁକଶ୍ମୀର ପୋଲିସ ଆତଙ୍କବାଦୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ଆରମ୍ଭ କରିଛନ୍ତି । ଲେଲହାର ଅଂଚଳରେ ଆତଙ୍କବାଦୀମାନେ ଥିବା ନେଇ ସୂଚନା ମିଳିବା ପରେ ସୁରକ୍ଷା ବାହିନୀର ଯବାନମାନେ ଜମ୍ମୁକଶ୍ମୀର ପୋଲିସର ସହାୟତରେ ଅତର୍କିତ ଭାବେ ପହଂଚି ଏନକାଉଣ୍ଟର ଆରମ୍ଭ କରିଥିବା ଜଣା ପଡିଛି ।
କରୋନା ରେ ବିଶ୍ୱବ୍ୟାପୀ ମୃତ୍ୟୁ ସଂଖ୍ୟା ୨୨ ଲକ୍ଷ ଟପିଲା
ନୂଆଦିଲ୍ଲୀ, ସମଗ୍ର ବିଶ୍ୱରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୨୨ ଲକ୍ଷ ଟପିଛି । କରୋନା କାରଣରୁ ଆଜି ପର୍ଯ୍ୟନ୍ତ ବିଶ୍ୱବ୍ୟାପୀ ୧୦ କୋଟି ୨୫ ଲକ୍ଷ ୭୭ ହଜାର ୫୨୧ ଲୋକ ସଂକ୍ରମିତ ହୋଇସାରିଥିବା ବେଳେ ୨୨ ଲକ୍ଷ ୧୪ ହଜାର ୩୨ ଜଣ ଲୋକଙ୍କର ମୃତ୍ୟୁ ହୋଇଛି । କରୋନା ଭାଇରସ କବଳରେ ପଡ଼ିଥିବା ୭ କୋଟି ୪୨ ଲକ୍ଷ ୭୬ ହଜାର ୯୩୦ ଜଣ ସୁସ୍ଥ ହୋଇଥିବା ବେଳେ ୨ କୋଟି ୬୦ ଲକ୍ଷ ୮୬ ହଜାର ୫୯୯ ଜଣ ଲୋକ ସକ୍ରିୟ ଅଛନ୍ତି । ଏବେ ବିଶ୍ୱବ୍ୟାପୀ ୧ ଲକ୍ଷ ୯ ହଜାର ୪୨୫ ଜଣ ରୋଗୀଙ୍କ ଅବସ୍ଥା ଗୁରୁତର ଅଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO