ଭୁବନେଶ୍ୱର – ରାଜ୍ୟରେ ଗୋଟିଏ ଦିନରେ ୧୧୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୦୭୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୧୯୬୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୧୧୫୧ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୧୪ ଜଣଙ୍କ ମଧ୍ୟରୁ ୬୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୨୧ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୮ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୭ ଜଣ, ବରଗଡ଼ରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
କଟକରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଓ ଗଜପତି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା । ଗଂଜାମ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଜଗତସିଂହପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା ତଥା କେନ୍ଦୁଝର ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
ମୟୂରଭଞ୍ଜରୁ ୫ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ନୟାଗଡରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡ଼ାରୁ ୮ ଜଣ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୮ ଜଣ ଓ ରାୟଗଡା ଜିଲ୍ଲାରୁ ୩ ଜଣ ସଂତ୍କମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୧ ଜଣ ଓ ଷ୍ଟେଟ୍ପୁଲ୍ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।