ନୂଆଦିଲ୍ଲୀ – ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୩,୦୫୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୨୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୭,୪୬,୧୮୩ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୬୮,୭୮୪ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୪,୨୭୪ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଗୋଟିଏ ଦିନରେ ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୦୭୨
ରାଜ୍ୟରେ ଗୋଟିଏ ଦିନରେ ୧୧୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୦୭୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୧୯୬୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୧୧୫୧ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୧୪ ଜଣଙ୍କ ମଧ୍ୟରୁ ୬୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୨୧ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।