-
୭ ଜିଲ୍ଲାକୁ ଅରେଂଜ , ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଫେବୃଆରୀ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ମଧ୍ୟରେ ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ବଲାଙ୍ଗୀର , ଦେବଗଡ ଏବଂ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ତୀବ୍ର ଶୀତ ଲହରୀ ଅନୁଭୂତ ବହିବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ସୋନପୁର, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ସମ୍ବଲପୁର, ଅନୁଗୁଳ ଏବଂ ବରଗଡ଼ ଜ଼ିଲ୍ଲାର ଗୋଟ଼ିଏ ରୁ ଦୁଇଟ଼ି ସ୍ଥାନରେ ଶୀତ ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅପରପକ୍ଷରେ ଏହି ସମୟ ମଧ୍ୟରେ ମାଲକାନଗିରି , କୋରାପୁଟ, ଗଜପତ଼ି, ରାୟଗଡ଼ା, ଗଞ୍ଜାମ, ଏବଂ କନ୍ଧମାଳ ଆଦି ଜ଼ିଲ୍ଲାର ଗୋଟିଏରୁ ଦୁଇଟ଼ି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି ।
୨ ତାରିଖ ସକାଳୁ ୩ ତାରିଖ ସକାଳ ମଧ୍ୟରେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର,ମୟୁରଭଂଜ, ଦେବଗଡ, ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଓ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ବରଗଡ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, ନୂଆପଡା, ନୟାଗଡ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଓଡ଼ିଶାର ଏସବୁ ଜ଼ିଲ୍ଲାଗୁଡ଼ିକର ତାପମାତ୍ରା ଆଗାମୀ ୪ ଦ଼ିନ ପାଇଁ ସ୍ୱାଭାବିକ ତାପମାତ୍ରା ଠାରୁ ୩ ରୁ ୫ ଡିଗ୍ରୀ ସେଲିଅସ୍ କମ୍ ରହିବାର ସମ୍ଭାବନା ରହିଛି ଏବଂ ପରବର୍ତୀ ସମୟରେ ଏହା ୨ ରୁ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି ।