
ଭୁବନେଶ୍ୱର – ଆସନ୍ତା ଫେବୃଆରୀ ୧୮ ତାରିଖ ଠାରୁ ୧୬ତମ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଅଭିଭାଷଣ ରଖିବେ ଏବଂ ଫେବୃଆରୀ ୨୨ ତାରିଖରେ ରାଜ୍ୟ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ । ଚଳିତ ଅଧିବେଶନରେ ମୋଟ ୩୧ଟି କାର୍ଯ୍ୟ ଦିବସ ରହିଛି । ଏସମ୍ପର୍କରେ ସୋମବାର ଦିନ ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।