ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଗଡ଼କରୀ, ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ମଙ୍ଗଳବାର ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ମିଶନର କୋଷ୍ଟାଲ ହାେଇୱ ନେଇ ଥିବା ସମସ୍ୟା ତଥା ଗୋପାଳପୁରରୁ ସାତପଡ଼ା ପାଇଁ ପ୍ରକଳ୍ପର କାମ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବା ତଥା ଅନୁମତି ଦେବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରତିଶ୍ରୁତି ଦେଇଛନ୍ତି । କୋଷ୍ଟାଲ ହାଇୱେ ପାଇଁ ଯାହା ସହଯୋଗ ଆବଶ୍ୟକ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବୈଠକରେ ଭୁବନେଶ୍ୱର ରିଙ୍ଗ ରୋଡ ପ୍ରକଳ୍ପ ନେଇ ମଧ୍ୟ ଆଲୋଚନା ହୋଇଥିଲା । ଏହି ଆଲୋଚନାରେ କେନ୍ଦମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଉପସ୍ଥିତ ଥିଲେ ।
Related Stories
November 27, 2024
November 27, 2024