
ନୂଆଦିଲ୍ଲୀ/ଭୁବନେଶ୍ୱର– କୋରାପୁଟ ଜିଲ୍ଲା କୋଟପାଡ ଥାନା ମୂର୍ତାହାଣ୍ଡିରେ ଘଟିଥିବା ସଡକ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ପିଏମ ପାଣ୍ଠିରୁ ଆର୍ଥିକ ସହାୟତା ମଞ୍ଜୁର ହେବା ପ୍ରସଙ୍ଗରେ ଓଡ଼ିଶାବାସୀଙ୍କ ପ୍ରତି ଯତ୍ନ ଏବଂ ସହାୟତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
କୋରାପୁଟ ଜିଲ୍ଲାରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାର ପାଇଁ ଅନୁକମ୍ପା ସହାୟତା ବାବଦକୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଲେଖାଏଁ ଟଙ୍କା ପିଏମ୍ ଜାତୀୟ ରିଲିଫ୍ ପାଣ୍ଠିରୁ ଅନୁମୋଦନ ଦିଆଯାଇଛି । ଓଡ଼ିଶା ଲୋକଙ୍କ ସହ କାନ୍ଧରେ କାନ୍ଧ ମିଳାଇ ଛିଡ଼ା ହୋଇଥିବା ମୋଦି ସରକାରଙ୍କ ଏହି ଆର୍ôଥକ ସହାୟତା ପ୍ରଭାବିତ ପରିବାରକୁ ଚିକିତ୍ସା କିମ୍ବା ଅନ୍ୟାନ୍ୟ ଆବଶ୍ୟକୀୟ ସହାୟତାପ୍ରଦାନ କରିବ ବୋଲି ସେ କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO