ଆଜି ଚିହ୍ନଟ ହୋଇଥିବା ୭୧ ଜଣଙ୍କ ମଧ୍ୟରୁ ୪୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୧୧ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କଟକରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ଓ ଢେଙ୍କାନାଳ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା । ଗଜପତି. ଗଂଜାମ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
ସେହିପରି ଜଗତସିଂହପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା । ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡା ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରୁ ୨ି ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
ମୟୂରଭଞ୍ଜ ଓ ନବରଙ୍ଗପୁର ଓ ନୂଆପଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡ଼ାରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୬ ଜଣ ଓ ରାୟଗଡା ଜିଲ୍ଲାରୁ ୧ ଜଣ ସଂତ୍କମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।