ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୪ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୮୫୦ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୩,୯୭,୧୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
ମାସ୍କ ନ ପିନ୍ଧିବା ଓ ଅନ୍ୟ ମାମଲାରେ ଯାଜପୁରରେ ଗତ ୨୪ ଘଂଟାରେ ୧୩୩୦୦୦ ଟଙ୍କା ଜୋରିମାନା ଆଦାୟ
ଭୁବନେଶ୍ୱର, ଯାଜପୁର ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା, ସାମାଜିକ ଦୂରତ୍ୱ ନିୟମକୁ ନ ମାନିବା, ବାହାରେ ଛେପ ପକାଇବା ଓ ମୋଟର ଯାନ ଆଇନ ଭାଙ୍ଗିବା ଅଭିଯୋଗରେ ୧୩୩୦୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ବେଳେ ୦୬ ଜଣଙ୍କର ଡ୍ରାଇଭିଂଗ ଲାଇସେନ୍ସକୁ ନିଲମ୍ବିତ କରା ଯାଇଛି । ଯାଜପୁର ଏସପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।