
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର କୋରାପୁଟ ସଡକ ଦୁର୍ଘଟଣା ଜନିତ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି ।
ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିବା ସମସ୍ତ ବ୍ୟକ୍ତିଙ୍କ ପାଇଁ 50 ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବା ଲାଗି ମଧ୍ୟ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ଟ୍ଵିଟ ମାଧ୍ୟମରେ କୁହାଯାଇଛି ଯେ, “ଓଡିଶାର କୋରାପୁଟରେ ଘଟିଥିବା ଦୁର୍ଭାଗ୍ୟପୂର୍ଣ୍ଣ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ସେହିଭଳି ଗୁରୁତର ଭାବେ ଆହତଙ୍କୁ ମଧ୍ୟ 50 ହଜାର ଟଙ୍କା ଦିଆଯିବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO