ଆଜି ଚିହ୍ନଟ ହୋଇଥିବା ୮୭ ଜଣଙ୍କ ମଧ୍ୟରୁ ୫୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୬ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୨୬ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ହେଲେ କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବରଗଡ଼ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କଟକରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା । ଗଜପତି ଜିଲ୍ଲାରୁ ୧. ଗଂଜାମ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
ମୟୂରଭଞ୍ଜରୁ ୯ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଓ ନୂଆପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୮ ଜଣ ଓ ରାୟଗଡା ଜିଲ୍ଲାରୁ ୪ ଜଣ ସଂତ୍କମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୨୬ ଜଣ ଓ ଷ୍ଟେଟ୍ପୁଲ୍ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।