

ଆଜି ଚିହ୍ନଟ ହୋଇଥିବା ୯୭ ଜଣଙ୍କ ମଧ୍ୟରୁ ୫୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଓ କଟକ ଜିଲ୍ଲାରେ ସବୁଠାରୁ ଅଧିକ ୧୬ -୧୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୫ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା । ଗଜପତି ଜିଲ୍ଲାରୁ ୩ . ଗଂଜାମ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦୁଝର ଜିଲ୍ଲାରୁ ୨ , ଖୋର୍ଦ୍ଧାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଓ ମାଲକାନଗିରି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
ମୟୂରଭଞ୍ଜରୁ ୪ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡାରୁ ୨ ଜଣ ପୁରୀ ଜିଲ୍ଲାରୁ ୩ ଜଣ ଓ ରାୟଗଡା ଜିଲ୍ଲାରୁ ୪ ଜଣ ସଂତ୍କମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।