
ଭୁବନେଶ୍ୱର, କୃଷି ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ଓଡ଼ିଶାରେ ନବ ନିର୍ମାଣ କୃଷକ ସଂଗଠନ ସମର୍ଥନ କରିବ । ଏହି କ୍ରମରେ ସଂଗଠନ ଶନିବାର ଦିନ ୧୨ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ରାଜ୍ୟରେ ୨୨ରୁ ୨୩ଟି ଜିଲ୍ଲାରେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରାଯିବ ବୋଲି ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ କରାଯାଇଛି ।
ନବନିର୍ମାଣ କୃଷକ ସଂଗଠନର ଆବାହକ ଅକ୍ଷୟ କୁମାର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ରାସ୍ତାରେ ବିକ୍ଷୋଭ କରିବା ସହ କେନ୍ଦ୍ର ସରକାର କୃଷକମାନଙ୍କ ଉପରେ କରୁଥିବା ଅତ୍ୟାଚାର ବିଷୟରେ ବୁଝାଯିବ ।