ଚେନ୍ନାଇ, ତାମିଲନାଡୁରେ ଗତ ୨୪ ଘଂଟାରେ ୪୯୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୪୦,୩୬୦ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୩୭୫ ହୋଇଛି ।
ଝାରଖଣ୍ଡରେ କରୋନାର ୫୮ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୫୮ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୮,୮୯୭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୦୭୭ଜଣଙ୍କର ମୃତ୍ୟୁ ଘଟିଛି ।