
ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ଦୁଇ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଉଭୟ ଆକ୍ରାନ୍ତଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୮୭୯ କୁ ବୃଦ୍ଧି ପାଇଛି ।
ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୫ ରହିଛି । ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କ୍ରମଶଃ ହ୍ରାସ ପାଉଥିବା ବେଳେ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ଘଟୁଥିବା ପରିଲକ୍ଷିତ ହୋଇଛି ।