

ଆଜି ଚିହ୍ନଟ ହୋଇଥିବା ୮୨ ଜଣଙ୍କ ମଧ୍ୟରୁ ୪୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୧୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୯ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା । ଗଜପତି ଜିଲ୍ଲାରୁ ୧ . ଗଂଜାମ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦୁଝର ଜିଲ୍ଲାରୁ ୨ , ଖୋର୍ଦ୍ଧାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଓ ମାଲକାନଗିରି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
ମୟୂରଭଞ୍ଜରୁ ୫ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡାରୁ ୧ ଜଣ ପୁରୀ ଜିଲ୍ଲାରୁ ୨ ଜଣ ଓ ରାୟଗଡା ଜିଲ୍ଲାରୁ ୨ ଜଣ ସଂତ୍କମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।