ଆଜି ଚିହ୍ନଟ ହୋଇଥିବା ୭୨ ଜଣଙ୍କ ମଧ୍ୟରୁ ୪୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୧୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୧୦ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୨ ଜଣ ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କଟକରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୨ . ଗଂଜାମ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଓ ମାଲକାନଗିରି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
ମୟୂରଭଞ୍ଜରୁ ୪ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ଜଣ ଚିହ୍ନଟ ହୋଇଛନ୍ତି । ନୟାଗଡ ଓ ନୂଆପଡା ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୩ ଜଣ ଓ ରାୟଗଡା ଜିଲ୍ଲାରୁ କେହି ସଂତ୍କମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ କେହି ସଂତ୍କମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ୍ପୁଲ୍ରୁ କେହି ସଂତ୍କମିତ ଚିହ୍ନଟ ହୋଇ ନାହାନ୍ତି ।