ସେ କହିଛନ୍ତି ଯେ ଏ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ସାଂସଦଙ୍କ ଏକ ପ୍ରତିନିଧି ଦଳ ତାଙ୍କୁ ଭେଟି ସୂଚନା ଦେଇଥିଲା । ତେବେ ଏହାକୁ ପ୍ରତ୍ୟାହାର କରା ଯାଇଥିବା ସେ କହିଛନ୍ତି ।
ଉଲ୍ଲେଖନୀୟ ଯେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାର ବିଜେପିର ସାଂସଦମାନେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ଭେଟି ଆଲୋଚନା କରିଥିଲେ । ଚା ଓଡ଼ିଶାବାସୀ ତଥା ହିନ୍ଦୁଙ୍କର ଧାର୍ମିକ ବିଶ୍ୱାସ ଓ ଭାବାବେଗକୁ ଦୃଷ୍ଟିରେ ରଖି ଜୀତୀୟ ଐତିହ୍ୟ ପ୍ରାଧିକରଣ (ଏନଏମଏ)ର ଉପନିୟମ(ବାଏ-ଲ)କୁ ସ୍ଥଗିତ ରଖିବା ନେଇ ସାଂସଦମାନେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଥିଲେ ।