
ନୂଆଦିଲ୍ଲୀ/ଭୁବନେଶ୍ୱର– ଜାତୀୟ ଐତିହ୍ୟ ପ୍ରାଧିକରଣ (ଏନଏମଏ)ର ପ୍ରସ୍ତାବିତ ନୋଟିଫିକେସନ୍କୁ ପ୍ରତ୍ୟାହାର କରାଯାଇଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲାଦ ସିଂହ ପଟେଲଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ଶ୍ରୀ ପ୍ରଧାନ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ଯେ ନୂଆଦିଲ୍ଲୀ ଠାରେ ଆମ ଦଳର ସାଂସଦଙ୍କ ସହ ଶ୍ରୀମନ୍ଦିର ପାଇଁ ଜାତୀୟ ଐତିହ୍ୟ ପ୍ରାଧିକରଣ (ଏନଏମଏ)ର ପ୍ରସ୍ତାବିତ ଉପନିୟମକୁ ସ୍ଥଗିତ ରଖିବା ନେଇ ଆଲୋଚନା କରିବା ପରେ ଏହାକୁ ସଙ୍ଗେସଙ୍ଗେ ପ୍ରତ୍ୟାହାର କରିଥିବାରୁ ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧନ୍ୟବାଦ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO