

ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୬୭୩ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୬୭୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦,୪୪,୦୭୧ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୧,୩୧୦ଜଣ ମୃତ୍ୟୁବରଣ କରିଛନ୍ତି ।