ଆଜି ଚିହ୍ନଟ ହୋଇଥିବା ୭୨ ଜଣଙ୍କ ମଧ୍ୟରୁ ୪୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୧୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୨ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ବଲାଙ୍ଗୀର ଜିଲ୍ଲାରେ ୨ ଜଣ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ଓ ଗଂଜାମ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଜଗତସିଂହପୁରରୁ ୧, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଓ ମାଲକାନଗିରି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
ମୟୂରଭଞ୍ଜରୁ ୭ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡା ଜିଲ୍ଲାରୁ ୨,ପୁରୀ ଜିଲ୍ଲାରୁ ୮ ଜଣ ଓ ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁରରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ସଂତ୍କମିତ ଚିହ୍ନଟ ହୋଇଛନ୍ତି ।