ଆଜି ଚିହ୍ନଟ ହୋଇଥିବା ୧୦୫ ଜଣଙ୍କ ମଧ୍ୟରୁ ୬୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୧୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୩ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ୫ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ବଲାଙ୍ଗୀର ଜିଲ୍ଲାରେ ୩ ଜଣ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲା ଓ ଢେଙ୍କାନାଳ ଜିଲ୍ଲାରୁ କେହି ସଂକ୍ରମିତ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୩, ଜଗତସିଂହପୁରରୁ ୧, ଯାଜପୁରରୁ ୪ଜଣ, ଝାରସୁଗୁଡ଼ାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡାରୁ ୧ ତଥା କେନ୍ଦୁଝର ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
ମୟୂରଭଞ୍ଜରୁ ୫ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡା ଜିଲ୍ଲାରୁ ୨,ପୁରୀ ଜିଲ୍ଲାରୁ ୭ ଜଣ ଓ ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁରରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ୍ପୁଲ୍ରୁ ୩ ସଂତ୍କମିତ ଚିହ୍ନଟ ହୋଇଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୧ ଗିରଫ, ୭୯୧ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୧ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୭୯୧ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୪,୬୪,୫୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।