ଆଜି ଚିହ୍ନଟ ହୋଇଥିବା ୯୨ ଜଣଙ୍କ ମଧ୍ୟରୁ ୫୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୧୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୧ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୨ ଜଣ ବୌଦ୍ଧ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।
କଟକରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧ ଜଣ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ, ଗଜପତି ଓ ଗଂଜାମ ଜିଲ୍ଲାରୁ କେହି ସଂକ୍ରମିତ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଜଗତସିଂହପୁରରୁ ୧, ଯାଜପୁରରୁ ୩ଜଣ, ଝାରସୁଗୁଡ଼ାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଓ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । କେନ୍ଦୁଝର ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
ମୟୂରଭଞ୍ଜରୁ ୨ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡା ଜିଲ୍ଲାରୁ ୨,ପୁରୀ ଜିଲ୍ଲାରୁ ୭ ଜଣ ଓ ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁରରୁ୮ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍ପୁଲ୍ରୁ ଜଣେ ହେଲେ ସଂତ୍କମିତ ଚିହ୍ନଟ ହୋଇ ନାହାନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୭ ଗିରଫ, ୫୧୩ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୭ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୫୧୩ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୦,୭୪,୦୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।