

କୋଟିଆ ଓଡିଶାର, ଭାବାବେଗକୁ ବୁଝିବୁ, ସଂପର୍କ ସୁଦୃଢ କରିବୁ । କୋଟିଆବାସୀଙ୍କ ସହ ପ୍ରତ୍ୟକ୍ଷ ଭାବେ ଆଲୋଚନା କରି ସେମାନଙ୍କ ସମସ୍ୟା ସଂପର୍କରେ ଅବଗତ ହେବା ପାଇଁ ଏହି ପ୍ରତିନିଧୀ ଦଳ କୋଟିଆ ଗସ୍ତ କରୁଛି ବୋଲି ଶ୍ରୀ ମହାନ୍ତି କହିଛନ୍ତି । କୋଟିଆବାସୀଙ୍କ ସହ ବ୍ୟକ୍ତିଗତ ଆଲୋଚନା କରିବା ପରେ ସେମାନଙ୍କ ସମସ୍ୟାକୁ ବିଧାନସଭାରେ ଉଠାଇବେ ବୋଲି ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ କହିଛନ୍ତି ।
ଆସନ୍ତାକାଲି ଦିନ ୧ ଟା ସମୟରେ କୋଟିଆବାସୀଙ୍କ ସହ ଆଲୋଚନା କରିବା ପରେ ରାଜ୍ୟ ସଭାପତି ଏବଂ ବିରୋଧୀ ଦଳ ନେତା କୋଟିଆ ଠାରେ ସାମ୍ବାଦିକ ସମ୍ମିଳନୀକୁ ସମ୍ଭୋଧିତ କରିବେ । ଏହି ପ୍ରତିନିଧୀ ଦଳରେ ପୂର୍ବତନ ସାଂସଦ ପର୍ଶୁରାମ ମାଝୀ, ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର, ରାଜ୍ୟ ସଂପାଦକ କାଳନ୍ଦୀ ସାମଲ, କୃଷକ ମୋର୍ଚ୍ଚା ସାଧାରଣ ସଂପାଦକ ସୁରଥ ବିଶ୍ୱାଳ ଏବଂ ରାଜ୍ୟ ମୁଖପାତ୍ର ବିରଂଚୀ ତ୍ରିପାଠୀ ପ୍ରମୁଖ ସାମିଲ ଅଛନ୍ତି ।