ଆଜି ଚିହ୍ନଟ ହୋଇଥିବା ୯୫ ଜଣଙ୍କ ମଧ୍ୟରୁ ୫୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୨୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୮ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୧ ଜଣ ବୌଦ୍ଧ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।
କଟକରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୫ ଜଣ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ, ଗଜପତି ଜିଲ୍ଲାରୁ କେହି ସଂକ୍ରମିତ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାରୁ ଜଗତସିଂହପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଓ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । କେନ୍ଦୁଝର ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
ମୟୂରଭଞ୍ଜରୁ ୩ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡା ଜିଲ୍ଲାରୁ ୫ ,ପୁରୀ ଜିଲ୍ଲାରୁ ୯ ଜଣ ଓ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ୍ପୁଲ୍ରୁ ଯ ସଂତ୍କମିତ ଚିହ୍ନଟ ହୋଇଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୬ ଗିରଫ, ୮୧୧ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୬ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୮୧୧ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୩,୫୦,୦୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।