ଆଜି ଚିହ୍ନଟ ହୋଇଥିବା ୫୮ ଜଣଙ୍କ ମଧ୍ୟରୁ ୩୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୧୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୫ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରେ ୨ ଜଣ ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକ, ଦେବଗଡ , ଢେଙ୍କାନାଳ, ଗଜପତି ଜିଲ୍ଲାରୁ କେହି ସଂକ୍ରମିତ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାରୁ ଜଗତସିଂହପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଓ କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଖୋର୍ଦ୍ଧାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମାଲକାନଗିରି ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୪ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡା ଜିଲ୍ଲାରୁ ୩ ,ପୁରୀ ଜିଲ୍ଲାରୁ ୬ ଜଣ ଓ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁର, ସୋନପୁରରୁ ଜଣେହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ସଂତ୍କମିତ ଚିହ୍ନଟ ହୋଇଛନ୍ତି ।