
କୋରାପୁଟ ଜିଲ୍ଲାରେ ବିଜୁ ଯୁବ ଛାତ୍ର ଜନତା ଦଳର ବିଶାଳ ସମାବେଶରେ ମୁଖ୍ୟ ଅତିଥି ଭାବେ ଯୁବ ଓ ଛାତ୍ର ମାନଙ୍କର ଆଦର୍ଶ, ରାଜ୍ୟ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ତଥା ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଯୋଗଦେଇଛନ୍ତି । ଶ୍ରୀ ଦାସବର୍ମା ଅଭିଭାଷଣ ରଖିଥିଲେ ଆଗାମୀ ଦିନରେ ଯୁବ ଓ ଛାତ୍ର ବିଜୁ ଜନତା ଦଳକୁ ତୃଣମୂଳ ସ୍ତରରେ ସୃଦୃଢ଼ କରିବାର ପ୍ରମୁଖ ଦାୟିତ୍ଵ ନିର୍ବାହ କରିବେ ଏବଂ ଏହି ପରିପକ୍ଷରେ ବିଜୁ ଜନତା ଦଳର ସଭାପତି ତଥା ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶ ସ୍ଵଛ ଶାସନ କିପରି ଜନସାଧାରଣଙ୍କ ନିକଟରେ ପହଞ୍ଚି ପାରିବ ଯୁବ ଓ ଛାତ୍ର ମାନଙ୍କୁ ଉପଦେଶ ଦେଇଛନ୍ତି ।
ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ଲୋକସଭା ସାଂସଦ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ମାଝୀ, ରାଜ୍ୟ ବିଜୁ ଯୁବ ଜନତା ଦଳର ସଭାପତି ଶ୍ରୀ ବ୍ୟୋମକେଶ ରାୟ, ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ଶ୍ରୀ ପ୍ରଣବ ବଳବନ୍ତରାୟ, ଭଦ୍ରକ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସଞ୍ଜିବ ମଲ୍ଲିକ, କଟକ ସଦର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଚନ୍ଦ୍ର ସାରଥି ବେହେରା, ଜିଲ୍ଲା ବିଜୁ ଜନତା ଦଳ ସଭାପତି ତଥା ଚିତ୍ରକୋଣ୍ଡା ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପୂର୍ଣ୍ଣ ଚନ୍ଦ୍ର ବାକା, ଆଦିବାସୀ ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ମାନସ ମାଡକାମି, ଜିଲ୍ଲା ଯୁବ ସଭାପତି ଆଡମା ରାବା ଓ ଜିଲ୍ଲା ଛାତ୍ର ସଭାପତି ତାପସ ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।