
ପୁରୀ, ଶ୍ରୀମନ୍ଦିର ଭିତର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହେବା ଘଟଣାରେ ତଦନ୍ତ ଆରମ୍ଭ ହୋଇଛି ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ । ଏନେଇ ଅଧିକ ସୂଚନା ଦେଇ ସେ କହିଛନ୍ତି ଯେ, ଖୁବ୍ ଶୀଘ୍ର ଏନେଇ ସିଂହଦ୍ୱାର ଥାନାରେ ଏତଲା କରାଯିବ । ତଦନ୍ତ ପରେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।