ଆଜି ଚିହ୍ନଟ ହୋଇଥିବା ୫୯ ଜଣଙ୍କ ମଧ୍ୟରୁ ୩୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୭ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲା ଓ ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକ ଜିଲ୍ଲାରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜୁିଲ୍ଲାରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ, ଗଜପତି, ଗଂଜାମ ଓ ଜଗତସିଂହପୁର ଜିଲ୍ଲାରୁ କେହି ସଂକ୍ରମିତ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରେ କେହି ସଂକ୍ରମିତ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡା ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଖୋର୍ଦ୍ଧାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା
ମୟୂରଭଞ୍ଜରୁ ୨ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡା ଜିଲ୍ଲାରୁ ୨ ,ପୁରୀ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ୍ପୁଲ୍ରୁ ଜଣେ ହେଲେ ସଂତ୍କମିତ ଚିହ୍ନଟ ହୋଇ ନାହାନ୍ତି ।