ଚେନ୍ନାଇ, ତାମିଲନାଡୁରେ ଗତ ୨୪ ଘଂଟାରେ ୪୮୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୪୪,୧୭୩ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୪୦୮ ହୋଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୬୮ ନୂଆ ମାମଲା
ହାଇଦ୍ରାବାଦ ,ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୬୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୮,୭୬୦ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭୧୬୨ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୩୮୦ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୮୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୪୪,୪୩୭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୨୫୯ଜଣଙ୍କର ମୃତ୍ୟୁ ଘଟିଛି ।