ଆଜି ଚିହ୍ନଟ ହୋଇଥିବା ୭୩ ଜଣଙ୍କ ମଧ୍ୟରୁ ୪୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୧୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୮ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକ ଜିଲ୍ଲାରେ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜୁିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ଚି ଗଜପତି ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ କେହି ସଂକ୍ରମିତ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଯାଜପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଝାରସୁଗୁଡ଼ାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।କନ୍ଧମାଳ, କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରେ କେହି ସଂକ୍ରମିତ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତିିା
ମୟୂରଭଞ୍ଜରୁ ୫ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୨ଲ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ସଂତ୍କମିତ ଚିହ୍ନଟ ହୋଇ ଛନ୍ତିି ।