ଆଜି ଚିହ୍ନଟ ହୋଇଥିବା ୮୮ ଜଣଙ୍କ ମଧ୍ୟରୁ ୫୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୨୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୩ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ।
କଟକ ଜିଲ୍ଲାରେ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜୁିଲ୍ଲାରେ ୧ ସଂକ୍ରମିତ ଚିହ୍ନ ହୋଇଛନ୍ତି । ଢେଙ୍କାନାଳ, ଗଜପତି ଗଂଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ, କେନ୍ଦ୍ରାପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ମଟ ହୋଇ ନାହାନ୍ତି । କେନ୍ଦୁଝର ଜିଲ୍ଲାରେ ୫, ଖୋର୍ଦ୍ଧାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୭ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ ନୂଆପଡା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୨୭ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ସଂତ୍କମିତ ଚିହ୍ନଟ ହୋଇ ଛନ୍ତିି ।
ରାଜ୍ୟରେ କୋବିଡରେ ଆଉ ଜଣଙ୍କର ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୯୧୧ରେ ପହଂଚିଲା
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୧୯୧୧ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏ ସମ୍ପର୍କରେ ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ କୁହା ଯାଇଛି ଯେ ସମ୍ବଲପୁର ଜିଲ୍ଲାର ଜଣେ ୭୪ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି ।