ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୪୫୫ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୪୫,୫୭୫ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୪୨୫ ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୩୬୫ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୩୬୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୬,୨୦୧ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୧,୫୫୨ଜଣ ମୃତ୍ୟୁବରଣ କରିଛନ୍ତି ।