ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୩୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୧,୦୪୧ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୧୬୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ଝାରଖଣ୍ଡରେ କରୋନାର ୩୮ ନୂଆ ମାମଲା
ରାଂଚି,ଝାରଖଣ୍ଡରେ କରୋନାର ୩୮ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୯,୩୫୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧,୦୮୪ ଜଣଙ୍କର ମୃତ୍ୟୁ ଘଟିଛି ।