

ଆଜି ଚିହ୍ନଟ ହୋଇଥିବା ୭୫ ଜଣଙ୍କ ମଧ୍ୟରୁ ୪୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୧୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୮ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକ ଜିଲ୍ଲାରେ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଦେବଗଡ ଜୁିଲ୍ଲାରେ ୧ ସଂକ୍ରମିତ ଚିହ୍ନ ହୋଇଛନ୍ତି । ଢେଙ୍କାନାଳ, ଗଜପତି ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୧ ଜଣ ସଂକ୍ରମି ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଜଣେ ୧, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କନ୍ଧମାଳ, କେନ୍ଦ୍ରାପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ମଟ ହୋଇ ନାହାନ୍ତି । କେନ୍ଦୁଝର ଜିଲ୍ଲାରେ ୭, ଖୋର୍ଦ୍ଧାରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୩ ଜଣ, ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ୫ ଜଣ, ସମ୍ବଲପୁରରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।